
ଭୁବନେଶ୍ୱର,୧୮/୦୭/୨୧ (ଜିଲ୍ଲା ଖବର) : ଆସନ୍ତା ସୋମବାର ଠାରୁ ରାଜ୍ୟରେ ସ୍ୱାଭାବିକ ହେବ ବସ ଚଳାଚଳ । ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଘରୋଇ ବସ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ଏହି ସୂଚନା ଦେଇଛନ୍ତି । ଆଉ ଦୁଇ ମାସ ରୋଡ଼ ଟ୍ୟାକ୍ସ ଛାଡ଼ କରିବା ପାଇଁ ସରକାର ପ୍ରତିଶ୍ରୁତି ଦେଇଛନ୍ତି ।
ଲୋନ ଡିଫଲଟର ଥିବା ବସ ମାଲିକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନ ନେବାକୁ ବ୍ୟାଙ୍କମାନଙ୍କୁ ସରକାର ନିର୍ଦ୍ଦେଶ ଦେବେ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ବୋଲି ଘରୋଇ ବସ ମାଲିକ ସଂଘ ପକ୍ଷରୁ କୁହାଯାଇଛି ।


