
ଭୁବନେଶ୍ଵର, ୧୮/୦୭/୨୧ (ଜିଲ୍ଲା ଖବର) : ଆସନ୍ତା ୨୧ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ମାଲକାନଗିରି, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ ଓ ଗଂଜାମ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।
ଏହାଛଡ଼ା ନୂଆପଡ଼ା, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗତ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଛି। କନ୍ଧମାଳ ଜିଲ୍ଲା ରାଇକିଆରେ ସର୍ବାଧିକ ୨୪.୨ ମିଲିମିଟର ବର୍ଷା ହୋଇଥିବା ବେଳେ ଅନୁଗୁଳ ଜିଲ୍ଲା ପାଲଲହଡ଼ାରେ ୨୩.୦ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


