
ଭୁବନେଶ୍ୱର,୨୨/୦୭/୨୧ (ଜିଲ୍ଲା ଖବର) : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଜୁଲାଇ ୨୩ ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଫଳରେ ଆସନ୍ତା ୫ ଦିନ ଯାଏଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଆଜି ୨୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭ୍ରଦକ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖେର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି ହୋଇଛି ।


