
ଭୁବନେଶ୍ୱର, ୨୩/୦୭/୨୧ (ଜିଲ୍ଲା ଖବର) : ଆଜି ରାଜ୍ୟରେ କରୋନାରେ ୬୯ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୩୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ ଜଣ, ବାଲେଶ୍ୱରରୁ ୧୦ ଜଣ, ସମ୍ବଲପୁରରୁ ୭ ଜଣ, କେନ୍ଦ୍ରାପଡାରୁ ୬ ଜଣ, ବରଗଡରୁ ୫ଜଣ, ସୁନ୍ଦରଗଡରୁ ୪ଜଣ, ବଲାଙ୍ଗୀର, ଝାରସୁଗୁଡା, ରାୟଗଡା ଓ କନ୍ଧମାଳରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ନୂଆପଡା ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୬୩ ହଜାର ୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୯ ହଜାର ୨୬୧ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୩୯ ହଜାର ୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୩୭୭ ଜଣଙ୍କର ମୃତ୍ୟୁ ହୋଇଛି ।


