
ଭୁବନେଶ୍ୱର,୨୩/୦୭/୨୧ (ଜିଲ୍ଲା ଖବର) : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଗତ ୨୪ ଘଣ୍ଟା ମଧ୍ୟରେ ୧୯୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୩୮୫୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୯ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୮୦୮ ଜଣ ଲୋକାଲ୍ କେସ୍ ରହିଛନ୍ତି ।


