Saturday, November 14, 2026
Home ଆଞ୍ଚଳିକ ଆଜି ପବିତ୍ର ଗୁରୁ ପୂର୍ଣ୍ଣିମା

ଆଜି ପବିତ୍ର ଗୁରୁ ପୂର୍ଣ୍ଣିମା

16

୨୪/୦୭/୨୧ (ଜିଲ୍ଲା ଖବର) : “ଗୁରୁବ୍ରହ୍ମା ଗୁରୁବିଷ୍ଣୁ ଗୁରୁଦେବ ମହେଶ୍ୱର।
ଗୁରୁ ସାକ୍ଷାତ ପରଂବ୍ରହ୍ମ ତସ୍ମୈ ଶ୍ରୀ ଗୁରବେ ନମଃ”।।

ଆଜି ଗୁରୁ ପୂର୍ଣ୍ଣିମା। ଏହାକୁ ବ୍ୟାସ ପୂର୍ଣ୍ଣିମା ମଧ୍ୟ କୁହାଯାଏ।  ବେଦ ପରି ବୃହତ୍ ଗ୍ରନ୍ଥକୁ ସେ ଋକବେଦ, ଯଜୁର୍ବେଦ, ସାମବେଦ ଓ ଅଥର୍ବ ବେଦ ଏହିପରି ଚାରୋଟି ଭାଗ (ବ୍ୟାସ) କରିଥିବାରୁ ତାଙ୍କୁ ବେଦବ୍ୟାସ ରୂପେ ନାମିତ କରାଯାଇଛି। ଆଷାଢ଼ ମାସ ପୂର୍ଣ୍ଣିମା ଦିନ ଏହା ପଡ଼ିଥାଏ। ବେଦ, ବେଦାନ୍ତ, ଗୀତା ଓ ଉପନିଷଦର ଭାଷ୍ୟକାର ତଥା ମହାକାବ୍ୟ ଯୁଗର ମହାଭାରତ, ଅଷ୍ଟାଦଶ ପୁରାଣ, ଶ୍ରୀମଦ୍ ଭାଗବତ, ବ୍ରହ୍ମସୂତ୍ର, ମୀମାଂସା ପ୍ରଭୃତିର ପ୍ରଣେତା ମହର୍ଷି ବ୍ୟାସଦେବଙ୍କ ଜନ୍ମତିଥି। ସେ ମଧ୍ୟ ବେଦାନ୍ତ ଦର୍ଶନ ଏବଂ ଅଦ୍ୱୈତବାଦର ସଂସ୍ଥାପକ।  ଏମାନେ ବ୍ରହ୍ମା ବା ବିଷ୍ଣୁଙ୍କର ଅବତାର ବୋଲି ବିଶ୍ୱାସ ରହିଛି। ଗୁରୁ ପରମ୍ପରାରେ ଗୁରୁମାନେ ତାଙ୍କ ଶିଷ୍ୟମାନଙ୍କୁ ଅନ୍ଧକାରରୁ ଜ୍ଞାନର ଆଲୋକ ପ୍ରଦର୍ଶନ କରନ୍ତି। ଏଣୁ ଶାସ୍ତ୍ରରେ କୁହାଯାଇଛି –

“ଗୃଳାରୋଦ୍ଧନ୍ଦରାରସ୍ତୁ ରୁ କାରସ୍ତ ନିବର୍ତ୍ତକଃ।
ଅନ୍ଧକାର ନିବୃତ୍ୟାତୁ ଗୁରୁତିତ୍ୟରି ଧୀୟତେ”।।

‘ଗୁ’ କହିଲେ ଅନ୍ଧାର ଏବଂ ‘ରୁ’ ର ଅର୍ଥ ଅଜ୍ଞାନ। ଅର୍ଥାତ୍ ଗୁରୁ ଅଜ୍ଞାନ ରୂପକ ଅନ୍ଧକାରରୁ ମୁକ୍ତ କରି ଆଲୋକ ପ୍ରଦର୍ଶନ କରନ୍ତି। ଗୁରୁ କଦାପି ଜଣେ ସାଧାରଣ ବ୍ୟକ୍ତି ନୁହଁନ୍ତି। ଗୁରୁ ଅର୍ଥରେ ସେ ମହାମହିମ। ଏଣୁ ଯଥାର୍ଥରେ ଗୁରୁଙ୍କୁ ବ୍ରହ୍ମା, ବିଷ୍ଣୁ ଏବଂ ମହେଶ୍ୱରଙ୍କ ସହିତ ତୁଳନା କରାଯାଇଛି।