
ଭୁବନେଶ୍ୱର,୨୪/୦୭/୨୧ (ଜିଲ୍ଲା ଖବର) : ଆଜି ରାଜ୍ୟରେ କରୋନା ନେଇଛି ୬୮ଜଣଙ୍କର ମୁଣ୍ଡ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୪୪୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୧୧ଜଣ । ଅନୁଗୁଳ ଜିଲ୍ଲାରୁ ୮ଜଣ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସୁନ୍ଦରଗଡ଼, ନୂଆପଡ଼ା, ମାଲକାନାଗିରି, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।


