
ଭୁବନେଶ୍ଵର,୨୫/୦୭/୨୧ (ଜିଲ୍ଲା ଖବର) : ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ପୁଣି ୬୭ ଜୀବନ ନେଇଛି ମହାମାରୀ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୫୧୨କୁ ବୃଦ୍ଧି ପାଇଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ପ୍ରତିନିଦ 60 ଉପରେ ରହୁଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୮ଶହ ୩୩ ନୂଆ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯୦ ଜଣ ଥିବା ବେଳେ କଟକରୁ ୨୪୩, ପୁରୀରୁ ୧୩୯, ବାଲେଶ୍ବରରୁ ୧୨୯ ଓ ଯାଜପୁରରୁ ୧୧୦ ଜଣ ଅଛନ୍ତି।
ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୭ ହଜାର ୫୪୮ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୪୩ ହଜାର ୬୯ ଜଣ ସୁସ୍ଥ ହୋଇଥିବା ବେଳେ ଏବେ ବି। ୧୮ ହଜାର ୯୧୪ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି


