Sunday, November 15, 2026
Home ଆଞ୍ଚଳିକ ରାଜ୍ୟରେ ୬୨ ଜଣଙ୍କ ମୁଣ୍ଡ ନେଇଛି କରୋନା

ରାଜ୍ୟରେ ୬୨ ଜଣଙ୍କ ମୁଣ୍ଡ ନେଇଛି କରୋନା

13

ଭୁବନେଶ୍ୱର,୨୬/୦୭/୨୧ (ଜିଲ୍ଲା ଖବର) : ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। ।  ଗତ ୨୪ ଘଣ୍ଟାରେ ଆଉ ୬୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୭୪ କୁ ବୃଦ୍ଧି ପାଇଛି ।

ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪୨ ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୨ ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।