
ଭୁବନେଶ୍ୱର,୨୮/୦୭/୨୧ (ଜିଲ୍ଲା ଖବର) : ରାଜ୍ୟରେ ବର୍ଷା ଜାରି ରହିଛି। କୋହଲା ପାଗ ସାଙ୍ଗକୁ ବର୍ଷା। ତେବେ ଏଭଳି ସ୍ଥିତି ଆହୁରି କିଛି ଦିନ ରହିବ ବୋଲି ସୂଚନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ୱେଲମାର୍କଡ ଲଘୁଚାପରେ ପରିଣତ ହେବା ସହ ଏହାର ପ୍ରଭାବରେ ୩୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି। ବୁଧବାର ସୁନ୍ଦରଗଡ଼଼, ଦେବଗଡ଼଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ସେହିପରି ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା ଓ ସମ୍ବଲପୁରରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ସୂଚନା।


