
ପୁରୀ,୨୮/୦୭/୨୧ (ଜିଲ୍ଲା ଖବର) : ଆଜି ଶ୍ରାବଣ କୃଷ୍ଣ ପଞ୍ଚମୀ ତିଥିରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଝଟକିବେ ଚତୁର୍ଦ୍ଧାବିଗ୍ରହ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୂଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ ।
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଅପରାହ୍ନ ଚାରିଘଣ୍ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ଵର୍ତମାନ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିଛି । ତେବେ କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏବେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଥିବାରୁ କେବଳ ସେବାୟତ ମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ।


