
ଭୁବନେଶ୍ୱର, ୨୯/୦୭/୨୧ (ଜିଲ୍ଲା ଖବର) : ରାଜ୍ୟରେ ସକ୍ରିୟ ଲଘୁଚାପ । ପ୍ରଭାବରେ ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଆହୁରି ତିନି ଦିନ ଯାଏଁ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଆଜି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଉତ୍ତର ଓଡ଼ିଶାର ସୁନ୍ଦରଗଡ, ମୟୁରଭଞ୍ଜ ଏବଂ କେନ୍ଦୁଝରରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଦେବଗଡ, ଅନୁଗୁଳ, ଢେଙ୍କାନାଳ ଝାରସୁଗୁଡା, ସମ୍ବଲପୁର ସୋନପୁରରେ ମଧ୍ୟ କେତେକ ସ୍ଥାନରେ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲା ଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଅନ୍ୟପଟେ ବଙ୍ଗୋପସାଗର ସଂଲଗ୍ନ ଜିଲ୍ଲା ମାନଙ୍କରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ପାଣିପାଗ ବିଭାଗ ବାରଣ କରିଛି ।


