Saturday, October 10, 2026
Home ଆଞ୍ଚଳିକ ଭାରତୀୟ ମଜଦୁର ସଂଘ ଏବଂ ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳନ

ଭାରତୀୟ ମଜଦୁର ସଂଘ ଏବଂ ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳନ

16

ରାୟଗଡ଼ : ୨୮ /୦୮(ଜିଲ୍ଲା ଖବର):
ଭାରତୀୟ ମଜଦୁର ସଂଘ
ଏବଂ ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ
ପ୍ରତ୍ୟେକ ବର୍ଷ ଅଗଷ୍ଟ ମାସର ୨୮ ତାରିଖକୁ ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ରୂପେ ପାଳନ କରିଆସୁଛି। ଏହି ଅବସରରେ ରାୟଗଡ଼ା ଜିଲ୍ଲା ସମସ୍ତ ବ୍ଳକରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଏହି ପରିପ୍ରେକ୍ଷୀରେ ରାୟଗଡ଼ ବ୍ଳକ ଅନ୍ତର୍ଗତ ତାଡମା ଗ୍ରାମ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ରାୟଗଡ଼ ଜିଲ୍ଲା ଭାରତୀୟ ମଜଦୁର ସଂଘ ଏବଂ ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ପ୍ରାୟ ୩୮୦ ଟି ବୃକ୍ଷ ରୋପଣ କରାଯାଇଥିଲା ଉକ୍ତ କାର୍ଯ୍ୟକ୍ରମ ରେ ମୂଖ୍ୟ ବକ୍ତା ଭାବେ ଭାରତୀୟ ମଜଦୁର ସଂଘ ର ରାଜ୍ଯ ସମ୍ପାଦକ ତଥା ଜିଲ୍ଲା ପ୍ରଭାରୀ ଶ୍ରୀ ଯୋଗେଶ୍ଵର ଦାସ , ସମ୍ମାନିୟ ଅତିଥି ଭାବେ ରାୟଗଡ଼ ଜିଲ୍ଲା ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ମହେଶ୍ୱର ନାୟକ , ରାୟଗଡ଼ ଉପଜିଲ୍ଲାପାଳ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ , ବରିଷ୍ଠ ସାମ୍ବାଦିକ ତଥା ଓଡ଼ିଶା କର୍ମଜିବୀ ସାମ୍ବାଦିକ ସଂଘର ରାଜ୍ୟ ସଭାପତି ଶ୍ରୀ ବାଦଲ ତା , ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣଚନ୍ଦ୍ର ବରିହା , ବନ ବିଭାଗ ବନାଞ୍ଚଳ ଅଧିକାରୀ ଅଶୋକ କୁମାର ପ୍ରଧାନ , ବନ ବିଭାଗର ବନ ପାଳ ଅନିଲ ପାଣିଗ୍ରାହୀ , ଡମ୍ବରୁଧର ନାୟକ , କୁନା ବେହେରା , ଯୋଗ ଦେଇ ବୃକ୍ଷ ରୋପଣ କରିଥିଲେ। ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ମିଶ୍ର ଭାରତୀୟ ମଜଦୁର ସଂଘ ର ଏପରି ଚିନ୍ତା ଧାରାକୁ ପ୍ରଶଂସା କରିବା ସହ ଦେଶ ଗଠନରେ ଆଗରେ ରହି ଶ୍ରମିକ ମାନଙ୍କ ସମସ୍ତ ସମସ୍ୟାକୁ ସମାଧାନ କରିବା ସହ ସମାଜ କାମକୁ ଆଗରେ ରହି ଯେଉଁ ସବୁ କାର୍ଯ୍ୟକ୍ରମ କରି ଆସୁଛନ୍ତି ତାହା ଏକ ଚିର ସ୍ମରଣୀୟ। ମୂଖ୍ୟ ବକ୍ତା ଶ୍ରୀ ଯୋଗେଶ୍ଵର ଦାସ କହିଥିଲେ ପର୍ଯ୍ୟାବରଣ ଦିବସକୁ ଏକ ସାର୍ବଜନିନ ପର୍ବ ଭାବରେ ପାଳନ କରିବା ଓ ପରିବେଶ ସଂକ୍ରାନ୍ତରେ ଜନ ସଚେତନା ସୃଷ୍ଟି କରିବା ଭାରତୀୟ ମଜଦୁର ସଂଘ ର ଏକ ମାତ୍ର ଲକ୍ଷ ଓ ଉଦ୍ଦେଶ୍ୟ,
ଭାରତୀୟ ମଜଦୁର ସଂଘ ଶ୍ରମିକ ସମାଜର କଲ୍ୟାଣ ପାଇଁ ଯେତିକି ଚିନ୍ତିତ ସେତିକି ସମାଜ ଓ ପରିବେଶ ପାଇଁ ମଧ୍ୟ ଚିନ୍ତିତ , ପରିବେଶ ସଂରକ୍ଷଣ ପାଇଁ ସମସ୍ତଙ୍କର ସହଯୋଗର ଆବଶ୍ୟକତା ରହିଛି ବୋଲି ଶ୍ରୀ ଦାସ ପ୍ରକାଶ କରିଥିଲେ
ଭାରତୀୟ ମଜଦୁର ସଂଘ ର ଜିଲ୍ଲା ସଂପାଦକ ଖଗେଶ୍ବର ସିଂଙ୍କ ନେତୃତ୍ବରେ ଆୟୋଜିତ କାର୍ଯ୍ୟକ୍ରମକୁ ସଂଘର ଉଷାରାଣୀ ଦାଶ , ପ୍ରଳୟ ସାହୁ , ଅମର ଜେନା , ଏମ ରାମ ବାବୁ , ମନୋରମା ବେନିୟା , ଧନଞ୍ଜୟ କଣ୍ଠବଂସ , ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ଜୟଦେବ ଦେଓ , ଶିକ୍ଷୟିତ୍ରୀ ନମିତା ସାହୁ , ସୁପ୍ରଭା ପାତ୍ର , ବିମଳ କୁମାର ବିଶ୍ବାଳ ପରିଚାଳନା କରିଥିଲେ ଉକ୍ତ କାର୍ଯ୍ୟକ୍ରମରେ ଭାରତୀୟ ମଜଦୁର ସଂଘ ,ପର୍ଯ୍ୟାବରଣ ମଞ୍ଚ , ବିଶ୍ଵକର୍ମା ମଜଦୁର ସଂଘ, ଅଲ୍ ଓଡିଶା ଅଙ୍ଗନବାଡ଼ି ଲେଡିଜ ୱାରକର୍ସ ଆସୋସିଏସନ୍ , ଆଶା ସାଥୀ , ଆଶା କର୍ମୀ, କୃଷି ଗ୍ରମିଣ ମଜଦୂର ସଂଘ ର ପ୍ରତିନିଧି ଏବଂ ତାଡମା ଗ୍ରାମର ନେତୃବୃନ୍ଦ ଯୋଗ ଦେଇଥିଲେ