
ଭୁବନେଶ୍ୱର, ୩୦/୦୮/୨୧ (ଜିଲ୍ଲା ଖବର) : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଆଜି ରାଜ୍ୟରେ ୬୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।


