
ଭୁବନେଶ୍ୱର,୩୧/୦୮/୨୧ (ଜିଲ୍ଲା ଖବର) : ଆଜି ରାଜ୍ୟରେ ୬୮ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨୦ଜଣ, ଅନୁଗୁଳ ଏବଂ ଜଗତସିଂହପୁର ଜିଲ୍ଲାରୁ ୯ଜଣ ଲେଖାଏଁ , ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା, ମୟୁରଭଞ୍ଜ, କେନ୍ଦୁଝର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କଳାହାଣ୍ଡି , ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।


