
ଭୁବନେଶ୍ୱର, ୩୧/୦୮/୨୧ (ଜିଲ୍ଲା ଖବର) : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା କମୁଥିବା ଦେଖିବାକୁ ମିଳିଛି । ଆଜି ରାଜ୍ୟରେ ୬୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୭୭୫୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୭ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୭୧ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୦ ଜଣ ପଜିଟିଭ ରହିଛନ୍ତି ।


