
ଭୁବନେଶ୍ୱର, ୦୧/୦୯/୨୧ (ଜିଲ୍ଲା ଖବର) : ରାଜ୍ୟରେ ଧୀରେ ଧୀରେ ତଳମୁହାଁ ହେଉଛି ସଂକ୍ରମଣ। ଏହାସହ ମୃତ୍ୟୁ ସଂଖ୍ୟା ବି ଧିରେ ଧିରେ କମିବାରେ ଲାଗିଛି। ଆଜି ରାଜ୍ୟରେ ୫୩ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୨୨କୁ ବୃଦ୍ଧି ପାଇଛି ।
୫୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁର ଓ କେନ୍ଦୁଝରରୁ ୬ ଲେଖାଏଁ ଆଖି ବୁଜିଛନ୍ତି । ଏହାବାଦ କଟକ ଓ ପୁରୀରୁ ୫ ଲେଖାଏଁ, ଯାଜପୁରରୁ ୪, କେନ୍ଦ୍ରାପଡ଼ାରୁ ୨ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅନୁଗୁଳ, ବଲାଙ୍ଗିର, ଝାରସୁଗୁଡ଼ାରୁ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଥିବା ବେଳେ ମୟୂରଭଂଜ, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏଁ ଆଖି ବୁଜିଛନ୍ତି।


