Wednesday, November 11, 2026
Home ଆଞ୍ଚଳିକ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା

8

୦୩/୦୯/୨୧ (ଜିଲ୍ଲା ଖବର) :  ଚାଷ ଓ ଚାଷୀଙ୍କ ପାଇଁ ଖୁସି ଖବର । ସେପ୍ଟେମ୍ବର ୬ରୁ ଉତ୍ତର ସଂଳଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୪ ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କାଲିଠାରୁ ୬ ତାରିଖ ଯାଏ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ୫ ଓ ୬ ତାରିଖରେ ଅଧିକ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ଚଳିତ ବର୍ଷ ରାଜ୍ୟରେ ୨୯ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୨୪ ଜିଲ୍ଲାରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି ।