
୦୪/୦୯/୨୧ (ଜିଲ୍ଲା ଖବର) : ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୪୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।
ଆଜି କଟକ, ଭଦ୍ରକ, କେନ୍ଦ୍ରାପଡା, ଖୋର୍ଦ୍ଧା ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୭୫୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୫ ହଜାର ୪୭୪ ଜଣ । ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୪୦ କୁ ବୃଦ୍ଧି ହୋଇଛି ।


