Thursday, October 15, 2026
Home ଅପରାଧ ରାଜ୍ୟରେ କରୋନା ନେଲା ୭ ଜଣଙ୍କ ମୁଣ୍ଡ

ରାଜ୍ୟରେ କରୋନା ନେଲା ୭ ଜଣଙ୍କ ମୁଣ୍ଡ

5

ଭୁବନେଶ୍ୱର, ୦୫/୦୯/୦୨୧ (ଜିଲ୍ଲା ଖବର) : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ହ୍ରାସ ପାଇଛି । ଆଜି ରାଜ୍ୟରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୪୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, କଟକ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।