Sunday, November 15, 2026
Home ଆଞ୍ଚଳିକ ଆଜି ରାଜ୍ୟରେ ୮ ଜଣଙ୍କ ମୁଣ୍ଡ ନେଲା କରୋନା

ଆଜି ରାଜ୍ୟରେ ୮ ଜଣଙ୍କ ମୁଣ୍ଡ ନେଲା କରୋନା

6

ଭୁବନେଶ୍ୱର, ୦୬/୦୯/୨୧ (ଜିଲ୍ଲା ଖବର) : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି ।  ଆଜି ରାଜ୍ୟରେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । 

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।