Friday, November 13, 2026
Home ଆଞ୍ଚଳିକ ରାଜ୍ୟରେ ବଜ୍ରପାତକୁ ବର୍ଷା

ରାଜ୍ୟରେ ବଜ୍ରପାତକୁ ବର୍ଷା

25

ଭୁବନେଶ୍ୱର, ୦୬/୦୯/୨୧ (ଜିଲ୍ଲା ଖବର) : ଆଜି ରାଜ୍ୟର ୧୭ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ‌ବିଭାଗ।  ସେହି ଜିଲ୍ଲା ଗୁଡିକ ମଧ୍ୟରେ ଖୋର୍ଦ୍ଧା, କଟକ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, ନୟାଗଡ଼, ଅନୁଗୁଳ , ଢେଙ୍କାନାଳ, ଗଞ୍ଜାମ, ଗଜପତି, ରାୟାଗଡା, କନ୍ଧମାଳ, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ ବାଲାଙ୍ଗୀରରେ ସକାଳ ୧୦.୧୫ ରୁ ୧.୧୫ ମଧ୍ୟରେ ସହିତ ବଜ୍ରପାତ ସହ ହାଲୁକା ଏବଂ ମଧ୍ୟମ ଧରଣ ବର୍ଷା ହେବ।

ଏପଟେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଘୃର୍ଣ୍ଣିବଳୟ ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ଦୁଇ ଦିନ ଧରି ରାଜ୍ୟରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି । ଦୁଇ ଦିନ ଧରି ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ଲାଗି ରହିବ।

ଏହି ଜିଲ୍ଳା ଗୁଡିକ କୋରାପୁଟ, ଗଜପତି, କଳାହାଣ୍ଡି, କନ୍ଧମାଳ, ପୁରୀ। ଏହି ସମସ୍ତ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ମଧ୍ୟ ନୁଆପଡା, ବଲାଙ୍ଗୀର, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ନବରଙ୍ଗପୁର ଇତ୍ୟାଦି ଜିଲ୍ଲାରେ ବର୍ଷା ହେବା ନେଇ ସୂଚନା ରହିଛି । ଅନ୍ୟପଟେ କେତେକ ଜିଲ୍ଲାକୁ ବଜ୍ରପାତ ନେଇ ସତର୍କ କରାଯାଇଥିବା ବେଳେ ମତ୍ସ୍ୟଜୀବୀଙ୍କ ସମୁଦ୍ର ଭିତରକୁ ପ୍ରବେଶ ପାଇଁ ମଧ୍ୟ ବାରଣ କରାଯାଇଛି । ସେହିପରି ଆଗାମୀ ୧୧ ତାରିଖରେ ଆଉ ଏକ ଲଘୁଚାପ ଆସିବା ନେଇ ମଧ୍ୟ ସୂଚନା ରହିଛି।