
ଭୁବନେଶ୍ୱର,୦୭/୦୯/୨୧ (ଜିଲ୍ଲା ଖବର) : ଉତ୍ତର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଓଡ଼ିଶା ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ୭.୬ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ । ଏହା ପଶ୍ଚିମ- ଦକ୍ଷିଣପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।


