
୦୭/୦୯/୨୧ (ଜିଲ୍ଲା ଖବର) : ପିପିଲି ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନିର୍ବାଚନ ଅଧିକାରୀ ଜିଲ୍ଲାସ୍ତରୀୟ ଅଧିକାରୀ ମାନଙ୍କ ସହ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ମାନେ ଯୋଗଦେଇଥିଲେ । ନିଷ୍ପତ୍ତି ଅନୁସାରେ ଆଗାମୀ ନିର୍ବାଚନ ପ୍ରଚାରରେ କୌଣସି ବାଇକ୍ କିମ୍ବା ସାଇକେଲ ଶୋଭାଯାତ୍ରା ହୋଇପାରିବ ନାହିଁ।
ଦଳୀୟ ପ୍ରଚାର ବୈଠକରେ ସର୍ବାଧିକ ୨୦୦ଲୋକ ସାମିଲ ହୋଇପାରିବେ। ସେପଟେ ଉପନିର୍ବାଚନ ପାଇଁ ଦଶଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଥିବା ବେଳେ ୨ଲକ୍ଷ ୨୯ ହଜାର ୯୯୮ଭୋଟର ମତଦାନ କରିବେ। ୩୪୮ଟି ବୁଥ ଥିବାବେଳେ ୧୫ଟି ମଡେଲ ବୁଥ କରାଯାଇଛି । ପିପିଲି ନିର୍ବାଚନ ମଣ୍ଡଳିରେ ମୋଟ ୧୦୨ଟି ଅତି ସମ୍ବେଦନଶୀଳ ବୁଥ ରହିଥିବା ବେଳେ ୭୩ଟି ସମ୍ବେଦନଶୀଳ ବୁଥ ରହିଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି।


