
୦୮/୦୯/୨୧ (ଜିଲ୍ଲା ଖବର) : ବଙ୍ଗୋପସାଗରର ଉତ୍ତରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୧୧ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ଏକ ବିବୃତ୍ତିରେ କୁହାଯାଇଛି ।
ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ-କେନ୍ଦ୍ରୀୟ ଉପକୂଳରେ ଏହି ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ପ୍ରବଳ ବର୍ଷା ହୋଇପାରେ ।
ଏହାର ପ୍ରଭାବରେ ପ୍ରାୟ ଏକ ସପ୍ତାହ କିମ୍ବା ଅଧିକ ସମୟ ପର୍ଯ୍ୟନ୍ତ ପୂର୍ବ ଏବଂ କେନ୍ଦ୍ରୀୟ ଅଂଶଗୁଡ଼ିକ ଉପରେ ମୌସୁମୀ ବର୍ଷା ଲାଗି ରହିବ ଏବଂ ମୌସୁମୀ ଶକ୍ତିଶାଳୀ ହେବ ବୋଲି ଆଶା କରାଯାଉଛି । ଫଳରେ ରାଜ୍ୟରେ ଯେଉଁ ନିଅଣ୍ଟିଆ ମୌସୁମୀ ବର୍ଷା ହୋଇଥିଲା, ତାହାର ଭରଣା ହେବ ବୋଲି ପାଣିପାଗ କେନ୍ଦ୍ର କହିଛନ୍ତି ।


