
୦୯/୦୯/୨୧(ଜିଲ୍ଲା ଖବର) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୧୭ ଜଣ ଅଛନ୍ତି । ଏହି ୭୭୧ଜଣଙ୍କ ମଧ୍ୟରୁ ୪୪୮ ଜଣ କ୍ୱାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୩୧୬ଟି ଲୋକାଲ୍ କେସ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୩ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୪ ହଜାର ୩୩୮କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୯୯୯୧୬୫ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ ହେଉଛି ୭୦୪୨ ।


