Sunday, November 15, 2026
Home ଆଞ୍ଚଳିକ ଆଜି ରାଜ୍ୟରେ କରୋନା ନେଲା ୮ଜଣଙ୍କ ମୁଣ୍ଡ

ଆଜି ରାଜ୍ୟରେ କରୋନା ନେଲା ୮ଜଣଙ୍କ ମୁଣ୍ଡ

7

ଭୁବନେଶ୍ୱର,୧୧/୦୯/୨୧ (ଜିଲ୍ଲା ଖବର) : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି ।  ଆଜି ରାଜ୍ୟରେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

କଟକ ଜିଲ୍ଲାରୁ ୨ ଜଣ, ବଲେଶ୍ବର ,ଢ଼େଙ୍କନାଳ, ଜଗତସିଂହପୁର, ଯାଜପୁର, ମାଲକାନଗିରି ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।