Friday, November 13, 2026
Home ଆଞ୍ଚଳିକ ଜାଣନ୍ତୁ କେଉଁ ରୀତିନୀତି ଓ ବିଧି ସହ ପାଳନ ହୁଏ ନୂଆଁଖାଇ ପର୍ବ ?

ଜାଣନ୍ତୁ କେଉଁ ରୀତିନୀତି ଓ ବିଧି ସହ ପାଳନ ହୁଏ ନୂଆଁଖାଇ ପର୍ବ ?

15

୧୧/୦୯/୨୧ (ଜିଲ୍ଲା ଖବର) : ନୂଆଁଖାଇ ଜୁହାର। ଆଜି ନୂଆଁଖାଇ। ପଶ୍ଚିମ ଓଡିଶାର ଗଣପର୍ବ। ତେବେ ଆଜି ଧର୍ମକଥାରେ ଆମେ ନୂଆଁଖାଇ ପର୍ବ ବିଷୟରେ ଆଲୋଚନା କରିବା। ଆଜି ପୁରଠୁ ପଲ୍ଲୀ ସବୁଠି ଉତ୍ସବ ମୁଖର ପରିସ୍ଥିତି । ବିଶେଷ କରି ପଶ୍ଚିମ ଓଡିଶାବାସୀ ଏହି ପର୍ବ ଖୁବ ଧୁମଧାମରେ ପାଳନ କରନ୍ତି। ଘରେ ଘରେ ଏବେ ପର୍ବର ମାହୋଲ୍‌। ଲୋକେ କିଣାବିକା ଓ ନୂଆଁଖାଇ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି। ନୂଆଖାଇ ଧାନ ଅମଳର ଖୁସିରେ ପାଳନ କରିବା ନିମନ୍ତେ କରାଯାଇଥାଏ ।

ଏହି ପର୍ବ ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ ।ଥ୨ଧ ଏହା ନୂଆଁଖାଇ ପର୍ବ ନାମରେ ଜଣାଶୁଣା । ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର‌୍ୟ୍ୟ ଆରମ୍ଭ କରିଥାଏ ପରେ ସହଳ ଆମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର‌୍ୟ୍ୟ କରିଥାଏ । ।

ଚାଷୀ ପ୍ରଥମକରି ଅମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ । ନୂଆଖାଇ ପାଳନ ନିମନ୍ତେ ଆଗରୁ “ଲଗ୍ନ” ବା “ତିଥି” ନିର୍ଣ୍ଣୟ କରି ପୂଜା ଆଦି ସହ ଆରିସା ପିଠା ଭୋଗ କରାଯାଇଥାଏ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେବ ନବାନ୍ନ । ଏହାପରେ ଘରେ ଘରେ ନୂଆ ଖାଇବେ ସମସ୍ତେ । ଗ୍ରାମ ବା ସହରର ପଡ଼ା ଅଞ୍ଚଳରେ ନୂଆଖାଇ ଦିନ ନବାନ୍ନ ଦେଇ ପୂଜା ବିଧି ସମାପ୍ତ ହେବା ପରେ ପରିବାରର ମୁଖ୍ୟଙ୍କ ହାତରୁ ସମସ୍ତେ ନବାନ୍ନ ଭୋଗ ଗ୍ରହଣ କରନ୍ତି । ତାହା ଖାଇ ସାରି ପରିବାରର ସମସ୍ତ ବ୍ୟକ୍ତି ନିଜର ବୟସ୍କ ମାନଙ୍କୁ ଭୂମିଷ୍ଠ ପ୍ରଣାମ ସହ ଆଶୀର୍ବାଦ ଗ୍ରହଣ କରନ୍ତି ।

ପରେ ପିଠା ପଣା ସହ ନବାନ୍ନ ଭୋଜି ଖାଇ ସାରି ଗ୍ରାମ ବା ପଡ଼ୋଶୀରେ ଥିବା ସମସ୍ତ ବୟୋଜ୍ୟେଷ୍ଠ ମାନଙ୍କୁ ଭେଟି ପ୍ରଣାମ କରିଥାନ୍ତି । ଏହି ସମୟରେ ଗ୍ରାମ ବା ପଡ଼ାର ଲୋକ ମାନେ ନିଜ ଭିତରେ ପୂର୍ବରୁ ଥିବା ଭେଦ ଭାବ ଭୁଲି ଯାଆନ୍ତି । ପରିବାରମଧ୍ୟରେ ଥିବା ମତଭେଦ ମଧ୍ୟ ଏହି ସମୟରେ ସମାଧାନ ହୋଇଥାଏ । ସମସ୍ତେ ପୁଣି ଏକଜୁଟ ହୋଇ ରହନ୍ତି । ଏହା ନୂଆଖାଇ ପର୍ବର ଏକ ବିଶେଷତା । ଭେଟଘାଟ ଶେଷ ହେବାପରେ ଗାଁରେ ଖେଳକୁଦ ପ୍ରତିଯୋଗିତା ହୋଇଥାଏ । ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ ।

ନୂଆଁଖାଇ ବାସି: 

ନୂଆଁଖାଇ ପରଦିନକୁ ନୂଆାଖାଇ ବାସି ବୋଲି କୁହାଯାଏ । ଏହି ଦିନଟିକୁ ମଉଜ ମଜଲିସର ଦିନ ଭାବେ ପାଳନ କରାଯାଏ । ନୂଆଖାଇ ଦିନ ନିଜର ଇଷ୍ଟଦେବୀଙ୍କୁ ଭୋଗଲାଗି କରୁଥିବାରୁ ସେଦିନ ପ୍ରାୟତଃ କେହି ଆଇଁଷ ଖାଆନ୍ତି ନାହିଁ । ସେଥିପାଇଁ ଏହି ଦିନ ଆଇଁଷ ଖାଇଥାନ୍ତି ।