Thursday, November 12, 2026
Home ଆଞ୍ଚଳିକ ଆଜି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

ଆଜି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

11

ଭୁବନେଶ୍ୱର, : ଆଜି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ସମ୍ଭାବ୍ୟ ଲଘୁଚାପ ସୃଷ୍ଟି ହେବାର ୪୮ ଘଣ୍ଟା ମଧ୍ୟରେ ଏହା ଆହୁରି ଘନିଭୂତ ହୋଇ ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଏହାର ପ୍ରଭାବରେ ରାଜ୍ୟରେ ୧୩ ତାରିଖ ଯାଏ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଗୋଟିଏ କି ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରାଯାଇଛି । ଏହି ବର୍ଷା ରାଜ୍ୟରେ ଚାଷ କାର୍ଯ୍ୟକୁ ବଢ଼ାଇବାରେ ସହାୟକ ହେବାକୁ ଥିବା ବେଳେ କିଛି ଜିଲ୍ଲାର ତଳୁଆ ସ୍ଥାନରେ ପାଣି ଜମିବା ସହ କଚ୍ଚା ରାସ୍ତା ଧୋଇଯିବାର ଆଶଙ୍କା ରହିଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶା ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରର ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିବା ସହିତ ଝଟକା ପବନ ୬୫ କିଲୋମିଟର ବେଗରେ ବୋହିବାର ଅଶଙ୍କା କରିଛି ପାଣିପାଗ ବିଭାଗ । ଏହି ସମୟରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।