
ଭୁବନେଶ୍ୱର,୧୩/୦୯/୨୧ (ଜିଲ୍ଲା ଖବର) : ପ୍ରବଳ ବର୍ଷା ଯୋଗୁଁ ଆଜି ୧୨ ଜିଲ୍ଲାରେ ସ୍କୁଲ ବନ୍ଦ । ରେଡ୍ ୱାର୍ଣ୍ଣିଂ ଥିବା ୧୨ ଜିଲ୍ଲାରେ ଆଜି ଓ କାଲି ପାଇଁ ସ୍କୁଲ ବନ୍ଦ ଘୋଷଣା କରାଯାଇଥିବା ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି । ଗତକାଲି ୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଆଜି ୫ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ସ୍କୁଲ ଛୁଟି ରହିବ । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାର ସ୍କୁଲ ବନ୍ଦ ରହିବ । ଏହା ସହ ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ସୋନପୁର ଓ ବରଗଡ଼ ଜିଲ୍ଲାରେ ମଧ୍ୟ ଆଜି ସ୍କୁଲ ଛୁଟି ଘୋଷଣା କରାଯାଇଛି ।
ରାଜ୍ୟରେ ପ୍ରବଳ ବର୍ଷା ହେଉଛି। ଘର ଭିତରେ ଆଣ୍ଠୁଏ ଆଣ୍ଠୁଏ ପାଣି । ଲୋକମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।


