Saturday, November 14, 2026
Home ଆଞ୍ଚଳିକ ପୂର୍ବ ନିର୍ଦ୍ଧାରିତ ଲଗ୍ନ ଅନୁଯାୟୀ ମା ମାଣିକେଶ୍ୱରୀଙ୍କ ନିକଟରେ ଲାଗିହେବ ନବାନ୍ନ

ପୂର୍ବ ନିର୍ଦ୍ଧାରିତ ଲଗ୍ନ ଅନୁଯାୟୀ ମା ମାଣିକେଶ୍ୱରୀଙ୍କ ନିକଟରେ ଲାଗିହେବ ନବାନ୍ନ

5

କଳାହାଣ୍ଡି,୧୬/୦୯/୨୧ (ଜିଲ୍ଲା ଖବର) : କଳାହାଣ୍ଡି ଜିଲ୍ଲାର ଗଡଜାତ ଅଞ୍ଚଳରେ ଆଜି ପାଳନ ହେଉଛି ଗଣପର୍ବ ନୂଆଁଖାଇ । ପୂର୍ବ ନିର୍ଦ୍ଧାରିତ ଲଗ୍ନ ଅନୁଯାୟୀ ଜିଲ୍ଲାର ଅଧିଷ୍ଟାତ୍ରୀ ଦେବୀ ମା ମାଣିକେଶ୍ୱରୀଙ୍କ ନିକଟରେ ଲାଗିହେବ ନବାନ୍ନ । ଏନେଇ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ସକାଳ ୮ ଘଟିକାରୁ ୯ ଘଟିକା ମଧ୍ୟରେ ମା’ଙ୍କ ନିକଟରେ ନବାନ୍ନ ଲାଗିହେବ ବୋଲି ଜଣାପଡିଛି।

ପରେ ଜିଲ୍ଲାବ୍ୟାପୀ ନୁଆଖାଇ ପାଳନ ହେବ, ଯାହାକୁ ନେଇ କଳାହାଣ୍ଡି ଜିଲ୍ଲାର ଗଡଜାତ ଅଞ୍ଚଳ ଗୁଡିକ ଚଳଚଞ୍ଚଳ ହୋଇ ଉଠିଥିବା ଦେଖିବାକୁ ମିଳିଛି। ସକାଳ ୯ଟାରେ ସର୍ବସାଧାରଣ ଦର୍ଶନ ପାଇଁ ମନ୍ଦିର ଦ୍ୱାର ଖୋଲା ରହିବ । ୧୦ଟା ୩୬ ମିନିଟରୁ ୧୨ଟା ୪୪ ମଧ୍ୟରେ ସର୍ବସାଧାରଣ ନିଜ ନିଜ ଘରେ ନବାନ୍ନ ଭକ୍ଷଣ ଲାଗି ଲଗ୍ନ ଧାର୍ଯ୍ୟ ହୋଇଛି ।