Sunday, October 11, 2026
Home ଆଞ୍ଚଳିକ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବାମନ ଜନ୍ମ ନୀତି

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବାମନ ଜନ୍ମ ନୀତି

6

ପୁରୀ, ୧୭/୦୯/୨୧ (ଜିଲ୍ଲା ଖବର) : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଓ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି।

 ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କ ମହାସ୍ନାନ କରାଯାଇ ନୂଆଲୁଗା ଓ ଚନ୍ଦନ ଲାଗି କରାଯାଇଥିଲା। ସନ୍ଧ୍ୟା ଆଳତୀ ପରେ ଏକାଦଶୀ ବେଢାକୁ ମଦନମୋହନ ବିଜେ କରିବା ପରେ ବେଢା ପରିକ୍ରମା କରି ଅନ୍ୟାନ୍ୟ ନୀତି କାନ୍ତି ବଢିବ।

ଅନ୍ୟପଟେ ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ପବିତ୍ରା ଲାଗି ଓ ଇନ୍ଦ୍ରଧ୍ଵଜା ପୂଜା ଵିଧି ଅନୁଷ୍ଠିତ ହେବ।