
୧୮/୦୯/୨୧ (ଜିଲ୍ଲା ଖବର) : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଆଜି ରାଜ୍ୟରେ ୬୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୯୬୨୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦୧ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୯୪ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୩ ଜଣ ପଜିଟିଭ ରହିଛନ୍ତି ।
ଏହାସହ ଆଜି ରାଜ୍ୟରେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, କୋରାପୁଟ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।


