
୧୮/୦୯/୨୧ (ଜିଲ୍ଲା ଖବର) : ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ସ୍ଥିର ରହିଛି । ରାଜ୍ୟରେ ତଳମୁହାଁ ହୋଇଛି କରୋନା ସଂକ୍ରମଣ।ଯାହା ସ୍ଥିତି ଅଛି ଆକ୍ଟିଭ କେସ, ହସ୍ପିଟାଇଲାଇଯେଶନ କମୁଛି । ମୃତ୍ୟୁ ସଂଖ୍ୟା କମିଛି ଏବଂ ଆଇସିୟୁରେ ମଧ୍ୟ ରୋଗୀଙ୍କ ସଂଖ୍ୟା କମୁଛି । ହାରାହାରି ୫ଶହ ରୁ ୬ଶହ ଭିତରେ ରହୁଛି ଦୈନିକ ସଂକ୍ରମଣ । ଅନ୍ୟ ସ୍ଥାନ ଅପେକ୍ଷା ଭୁବନେଶ୍ୱର ଓ କଟକରେ ଟିକିଏ ଅଧିକ ରହୁଛି ।
ଯେହେତୁ ଓଡ଼ିଶାର ସବୁ ବଡ଼ ବଡ଼ ହସ୍ପିଟାଲ ଏଠି ରହିଛି ସେଥିପାଇଁ ଏଠି ରୋଗୀଙ୍କ ସଂଖ୍ୟା ଅଧିକ ରହୁଛି । ବର୍ତ୍ତମାନ ସବୁ ହସ୍ପିଟାଲରେ ଆରଟିପିସିଆର ଟେଷ୍ଟକୁ ବାଧ୍ୟତାମୂଳ କରି ଦିଆଯାଇଛି । ଆଗାମୀ ତିନି ମାସ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ । ଏହି ତିନି ମାସ ଆମକୁ ସଚେତନ ରହିବାକୁ ପଡ଼ିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।


