Sunday, November 15, 2026
Home ଆଞ୍ଚଳିକ ଆଜି ରାଜ୍ୟରେ ୪୬୨ କରୋନା ପଜିଟିଭ ଚିହ୍ନଟ, ୫ ମୁଣ୍ଡ ନେଲା ମହାମାରୀ

ଆଜି ରାଜ୍ୟରେ ୪୬୨ କରୋନା ପଜିଟିଭ ଚିହ୍ନଟ, ୫ ମୁଣ୍ଡ ନେଲା ମହାମାରୀ

6

ଭୁବନେଶ୍ୱର,୨୧/୦୯/୨୧(ଜିଲ୍ଲା ଖବର) : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଆଜି ରାଜ୍ୟରେ ୪୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୧୨୧୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୪ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୦ ଜଣ ପଜିଟିଭ ରହିଛନ୍ତି ।

ଏହାସହ ଆଜି ରାଜ୍ୟରେ ୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।