Sunday, November 15, 2026
Home ଆଞ୍ଚଳିକ ପୁଣି ବର୍ଷିବ, ଆସନ୍ତା ୨୫ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା

ପୁଣି ବର୍ଷିବ, ଆସନ୍ତା ୨୫ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା

7

ଭୁବନେଶ୍ୱର,୨୧/୦୯/୨୧(ଜିଲ୍ଲା ଖବର) : ସେପ୍ଟେମ୍ବର ୨୫ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟି ହେବା ୨୪ ଘଣ୍ଟା  ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଓଡ଼ିଶା ଉପକୂଳରେ ପହଞ୍ଚିବ । ଏହାର ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ ।

ତେଣୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର । ବର୍ତ୍ତମାନ ରାଜ୍ୟରେ ଅଳ୍ପ ଅଳ୍ପ  ବର୍ଷା ହେଉଥିବବୋବଳେ ପୁଣି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।