Tuesday, November 17, 2026
Home ଆଞ୍ଚଳିକ ଆଗାମୀ 12 ଘଣ୍ଟା ମଧ୍ୟରେ ଏହି ଜିଲ୍ଲାରେ ପ୍ରବଳ ବର୍ଷିବ !

ଆଗାମୀ 12 ଘଣ୍ଟା ମଧ୍ୟରେ ଏହି ଜିଲ୍ଲାରେ ପ୍ରବଳ ବର୍ଷିବ !

7

୨୨/୦୯/୨୧ (ଜିଲ୍ଲା ଖବର) :  ଆଗାମୀ 12 ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା । 4ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ 11ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ‌ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ତେବେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଢ଼େଙ୍କାନାଳ ରହିଛି । ଏହି 4ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

ଏଥିସହିତ ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଝାରସୁଗୁଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉକ୍ତ ଜିଲ୍ଲା ଗୁଡ଼ିକୁ ମଧ୍ୟ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି  ଖୋର୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼ ଓ ବୌଦ୍ଧ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ଆଶଙ୍କା ଥିବାରୁ ଆଲର୍ଟ ଜାରି କରାଯାଇଛି।