
ଭୁବନେଶ୍ୱର,୨୩/୦୯/୨୧ (ଜିଲ୍ଲା ଖବର) : WHO କହିସାରିଛି ଯେ କରୋନା ଖସୁଛି । ଯାହା ଭଲ ଖବର । ହେଲେ ଏବେ ବି ସଚେତନ ରହିବାକୁ ପଡ଼ିବ । ଲହରୀ କେଉଁଠି କଣ ଆସିଲା, ତାହାର କିଛି ଅର୍ଥ ନାହିଁ । ଆମ ରାଜ୍ୟର ସ୍ଥିତି ଦେଖି ତୃତୀୟ ଲହର କଥା ସମୀକ୍ଷା କରିବା ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।
ଏହାସହ ସେ ଆହୁରି ମଧ୍ୟ କହିଛନ୍ତି, ବହୁ ପୂର୍ବରୁ ପଞ୍ଚବ୍ୟାଧି ଚିକିତ୍ସାରେ ଫାର୍ମାସିଷ୍ଟମାନଙ୍କୁ ଟ୍ରେନିଂ ଦିଆଯାଇଥିଲା । ଯେଉଁଠି ଡାକ୍ତର ନଥିଲେ, ସେଠାରେ ଔଷଧ ସୁପାରିଶ କରିବା ପାଇଁ ଫାର୍ମାସିଷ୍ଟମାନଙ୍କୁ କୁହାଯାଇଥିଲା । ସେତେବେଳେ ଗୋଟିଏ ରୋଗ ପାଇଁ ଦୁଇଟି ଔଷଧ ଥିଲା । ଏବେ ତିନୋଟି ଔଷଧ ଆସିଛି । ଡ୍ରଗ୍ସ କଣ୍ଟ୍ରୋଲରଙ୍କ ପରାମର୍ଶ ନେଇ ଏହି ସଂଖ୍ୟା ବଢ଼ାଗଲା ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।


