Thursday, November 12, 2026
Home ଆଞ୍ଚଳିକ ଗତ ୨୪ ଘଣ୍ଟାରେ କେନ୍ଦୁଝର ତେଲକୋଇରେ ସର୍ବାଧିକ ୧୩୨ ମିଲିମିଟର ବର୍ଷା ରେକର୍ଡ

ଗତ ୨୪ ଘଣ୍ଟାରେ କେନ୍ଦୁଝର ତେଲକୋଇରେ ସର୍ବାଧିକ ୧୩୨ ମିଲିମିଟର ବର୍ଷା ରେକର୍ଡ

6

୨୪/୦୯/୨୧ (ଜିଲ୍ଲା ଖବର) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । କେନ୍ଦୁଝର ଜିଲ୍ଲା ତେଲକୋଇରେ ସର୍ବାଧିକ ୧୩୨ ମିଲିମିଟର ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ମିଆଁମାର ଉପକୂଳ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆଜି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୬ ଓ ୨୭ ତାରିଖରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ରହିଛି । ୨୫ ତାରିଖ ଦିନ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨୬ରେ ୧୫ ଜିଲ୍ଲା ଓ ୨୭ ତାରିଖରେ ୧୪ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।