Wednesday, October 14, 2026
Home ଆଞ୍ଚଳିକ ପାରମ୍ପରିକ ପୋଷାକ ପିନ୍ଧି ଶ୍ରୀଜୀଉଙ୍କ ଦର୍ଶନ କଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି

ପାରମ୍ପରିକ ପୋଷାକ ପିନ୍ଧି ଶ୍ରୀଜୀଉଙ୍କ ଦର୍ଶନ କଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି

8

ପୁରୀ,୨୫/୦୯/୨୧ (ଜିଲ୍ଲା ଖବର) :  ପୁରୀ ଗସ୍ତରେ ଆସିଥିବା ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏନ. ଭି. ରମନ୍ନା ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ପ୍ରଧାନ ବିଚାରପତି ସିଂହଦ୍ବାରରେ ପହଞ୍ଚିବା ପରେ ସିଂହଦ୍ବାର ନିକଟରେ 5ଟି ସଚିବ ଭି. କେ. ପାଣ୍ଡିଆନ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଶନ କୁମାର, ଜିଲ୍ଲାପାଳ ଓ ଏସପି ତାଙ୍କୁ ସ୍ୱାଗତ କରିଥିଲେ ।

ପାରମ୍ପରିକ ବେଶ ପୋଷାକରେ ଥିବା ପ୍ରଧାନ ବିଚାରପତି ବାଇଶି ପାହାଚ ଦେଇ ଶ୍ରୀମନ୍ଦିରକୁ ଯାଇ ଗର୍ଭଗୃହରେ ମହାପ୍ରଭୁଙ୍କ ଦର୍ଶନ କରିଥିଲେ ।  ପ୍ରାୟ ୪୫ ମିନିଟ ସେ ଶ୍ରୀମନ୍ଦିରରେ ବିତାଇବା ସହ ବିମଳା, ଲକ୍ଷ୍ମୀ ଓ ପାର୍ଶ୍ବ ଦେବାଦେବୀଙ୍କ ମନ୍ଦିର ମଧ୍ୟ ଦର୍ଶନ କରିଥିଲେ । ପ୍ରଧାନ ବିଚାରପତିଙ୍କ କୌଳିକ ପଣ୍ତା ରଜତ ପ୍ରତିହାରୀ ତାଙ୍କ ସହ ଶ୍ରୀମନ୍ଦିରକୁ ଯାଇ ଦର୍ଶନର ବ୍ୟବସ୍ଥା କରିଥିଲେ । ପ୍ରଧାନ ବିଚାରପତି ଶ୍ରୀମନ୍ଦିର ବିଭିନ୍ନ ଦ୍ୱାରର ରୂପା ଛାଉଣୀ କାର୍ଯ୍ୟ ଦେଖି ଖୁସି ବ୍ୟକ୍ତ କରିଥିଲେ ।

ଏହାଛଡା ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଓ ହେରିଟେଜ କରିଡୋର କାର୍ଯ୍ୟ ସମ୍ପର୍କରେ ମୁଖ୍ୟ ପ୍ରଶାସକ ତାଙ୍କୁ ଅବଗତ କରାଇଥିଲେ ।  ଗତକାଲି ସନ୍ଧ୍ୟାରେ ମଧ୍ୟ ପ୍ରଧାନ ବିଚାରପତି ଶ୍ରୀମନ୍ଦିର ବନ୍ଦ ସେବା ସତ୍ତ୍ୱେ ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ବୁଲି ଦେଖିଥିଲେ । ମୁଖ୍ୟ ବିଚାରପତିଙ୍କ ଆଜିର ଦର୍ଶନ ସମୟରେ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ. ମୁରଲିଧର, ପୁରୀ ଜିଲ୍ଲା ଜର୍ଜ , ଏଏସ ଆଇ ର ଅଧିକ୍ଷକ ଅରୁଣ କୁମାର ମଲ୍ଲିକ ଓ ଅନେକ ବରିଷ୍ଠ ସରକାରୀ ଅଧିକାରୀମାନେ ଦର୍ଶନରେ ସାମିଲ ଥିଲେ ।