
୨୬/୦୯/୨୧ (ଜିଲ୍ଲା ଖବର) : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଜପତି ଜିଲ୍ଲାରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି । ଜରୁରୀ ପରିସ୍ଥିତିର ସାମ୍ନା କରିବା ପାଇଁ ଅଫିସରଙ୍କୁ ହେଡକ୍ୱାଟର୍ସରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ଗଜପତି ଜିଲ୍ଲା ବିଭିନ୍ନ ବ୍ଳକରୁ ୫୮୬ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତରିତ କରାଯାଇଛି ।
ସେହିପରି ଗଞ୍ଜାମ ଜିଲ୍ଲା ପ୍ରଶାସନ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛି । ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ସମେତ ସ୍କୁଲ ଗୃହ, କମ୍ୟୁନିଟି ହଲ ଗୁଡିକ ପ୍ରସ୍ତୁତ ରଖିବା ପାଇଁ ସରକାରୀ କର୍ମଚାରୀଙ୍କୁ ଗଞ୍ଜାମ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସମୁଦ୍ରକୁଳିଆ ଓ ନଦୀ କୂଳିଆ ଅଞ୍ଚଳ ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବାକୁ ତହସିଲଦାର ମାନଙ୍କୁ କୁହାଯାଇଛି | ବିଭିନ୍ନ ସ୍ଥାନରେ ଡାକବାଜି ଯନ୍ତ୍ର ଦ୍ବାରା ଲୋକଙ୍କୁ ସତର୍କ କରାଯାଇଛି ।


