Saturday, November 14, 2026
Home ଆଞ୍ଚଳିକ ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ୧୦ ଘଣ୍ଟିଆ ଭାରତ ବନ୍ଦ ପାଳନ

ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ୧୦ ଘଣ୍ଟିଆ ଭାରତ ବନ୍ଦ ପାଳନ

9

୨୭/୦୯/୨୧ (ଜିଲ୍ଲା ଖବର) :  ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ୧୦ ଘଣ୍ଟିଆ ଭାରତ ବନ୍ଦର ପ୍ରଭାବ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି। ଆଜି ସରକାରୀ ଓ ବେସରକାରୀ ବସ୍ ଚଳାଚଳ ବନ୍ଦ ରହିଛି ।

 ତେବେ କେତେକ ସ୍ଥାନରେ ବସ୍ ଚାଲୁଥିବାର ଦେଖିବାକୁ ମିଳିଛି। ବନ୍ଦ ପ୍ରଭାବରେ ବିଶେଷ ଭାବେ ଦୋକାନ ବଜାର ଖୋଲିନି। ବନ୍ଦକୁ କଂଗ୍ରେସ, ବାମ ଦଳ ଓ ଆପ୍ ସମେତ ବିଭିନ୍ନ ରାଜନୈତିକ ଦଳ, କୃଷକ ସଂଗଠନ, ସାମାଜିକ ସଂଗଠନ ସମର୍ଥନ ଦେଇଇଛନ୍ତି ।

ସକାଳ ୬ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନ୍ଦ ସମୟରେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହୁଏ, ସେଥିଲାଗି ସାରା ରାଜ୍ୟରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି । ତେବେ ଅତ୍ୟାବଶ୍ୟକ ସେବାକୁ ବନ୍ଦ ପାଳନରୁ ବାଦ ଦିଆଯାଇଛି ।