Sunday, November 15, 2026
Home ଆଞ୍ଚଳିକ ଆଜି ରାଜ୍ୟରେ ୫୪୫ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରେ ୫୪୫ କରୋନା ପଜିଟିଭ ଚିହ୍ନଟ

12

ଭୁବନେଶ୍ୱର, ୨୮/୦୯/୨୧ (ଜିଲ୍ଲା ଖବର) : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ଆଜି ରାଜ୍ୟରେ ୫୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୫୩୦୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୨୬ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୪ ଜଣ ପଜିଟିଭ ରହିଛନ୍ତି ।