
ଭୁବନେଶ୍ୱର, ୨୮/୦୯/୨୧ (ଜିଲ୍ଲା ଖବର) : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଆଜି ରାଜ୍ୟରେ କରୋନା ନେଇଛି ୭ଜଣ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।


