Monday, November 16, 2026
Home ଆଞ୍ଚଳିକ ଖସୁଛି ସଂକ୍ରମଣ, ଆଜି ୫ ମୃତ

ଖସୁଛି ସଂକ୍ରମଣ, ଆଜି ୫ ମୃତ

5

୨୯/୦୯/୨୧ (ଜିଲ୍ଲା ଖବର) : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଆଜି ରାଜ୍ୟରେ ୫୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୫୮୭୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୩୭ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୩ ଜଣ ପଜିଟିଭ ରହିଛନ୍ତି ।

୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।