Thursday, November 12, 2026
Home ଆଞ୍ଚଳିକ ଲଘୁଚାପ ବଳୟ ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା

ଲଘୁଚାପ ବଳୟ ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା

5

୩୦/୦୯/୨୧ (ଜିଲ୍ଲା ଖବର) : ଲଘୁଚାପ ବଳୟ ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା । ଆଜି ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ଛେଚିବା ସମ୍ଭାବନା ରହିଛି । ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ । ଆଭ୍ୟନ୍ତରୀଣ ଓଡିଶାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଅନୁମାନ କରାଯାଇଛି ।

ଅନ୍ୟପଟେ ଅକ୍ଟୋବର ପହିଲାରୁ ୪ ଦିନ ବର୍ଷା କମିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୬ ଜିଲ୍ଲାରେ ନିଅଣ୍ଟିଆ ରହିଛି । ବାକି ୨୨ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।