
୦୨/୧୦/୨୧ (ଜିଲ୍ଲା ଖବର) : ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀଙ୍କ ଜନ୍ମବାର୍ଷିକୀ । ଏହି ଅବସରରେ ବିଜୟଘାଟରେ ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନେରନ୍ଦ୍ର ମୋଦି ।
ଏହାସହ ମୋଦି ଟ୍ୱିଟ କରି ଲେଖିଛନ୍ତିପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି । ମୂଲ୍ୟବୋଧ ଏବଂ ନୀତି ଉପରେ ଆଧାରିତ ତାଙ୍କ ଜୀବନ ଦେଶବାସୀଙ୍କ ପାଇଁ ସର୍ବଦା ପ୍ରେରଣା ଉତ୍ସ ହୋଇ ରହିବ ।
ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ପୁଅ ଅନିଲ ଶାସ୍ତ୍ରୀ ବିଜୟ ଘାଟରେ ତାଙ୍କ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଏବଂ ଅନ୍ୟାନ୍ୟ ନେତା ମନ୍ତ୍ରୀ ମଧ୍ୟ ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିବା ଦେଖିବାକୁ ମିଳିଛି ।


