Friday, November 13, 2026
Home ଆଞ୍ଚଳିକ ୫ ମୁଣ୍ଡ ନେଲା କରୋନା

୫ ମୁଣ୍ଡ ନେଲା କରୋନା

11
Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave

୦୩/୧୦/୨୧ (ଜିଲ୍ଲା ଖବର) : ରାଜ୍ୟରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ, ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି । ଆଜି ରାଜ୍ୟରେ ୫ଜଣ କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ କଟକ, ଯାଜପୁର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସେହିପରି ଆଜି ରାଜ୍ୟରେ ୫୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୭୯୫୯ରେ ପହଞ୍ଚିଛି ।