Monday, November 16, 2026
Home ଆଞ୍ଚଳିକ ବାହାରିଲେ ପଜିଟିଭ୍, ଆଜି ରାଜ୍ୟରେ ୫୨୮ ଚିହ୍ନଟ

ବାହାରିଲେ ପଜିଟିଭ୍, ଆଜି ରାଜ୍ୟରେ ୫୨୮ ଚିହ୍ନଟ

8

୦୩/୧୦/୨୧ (ଜିଲ୍ଲା ଖବର) : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ସେପ୍ଟେମ୍ବର ପରେ ଅକ୍ଟୋବର ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର ।  ଗତ ୨୪ ଘଣ୍ଟା ମଧ୍ୟରେ ୫୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୭୯୫୯ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୦ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ, ୨୧୮ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୩ ଜଣ ପଜିଟିଭ ରହିଛନ୍ତି ।

ସୂଚନାଯୋଗ୍ୟ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୭୯୫୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୨୮୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ, ୧୦୧୪୪୧୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୧୭୨୫୨୬ସାମ୍ପୁଲ ଟେଷ୍ଟ୍ ହୋଇଛି ।