
ନୂଆଦିଲ୍ଲୀ, ୦୩/୧୦/୨୧ (ଜିଲ୍ଲା ଖବର) : ବିଚ୍ଛେଦ ହେଲେ ସାଉଥର ସୁପରଷ୍ଟାର ଯୋଡି ନାଗା ଚୈତନ୍ୟ ଏବଂ ସାମନ୍ଥା ରୁଥ ପ୍ରଭୁ । ବିଚ୍ଛେଦ ହୋଉଥିବା ନେଇ ସମନ୍ଥା ଏବଂ ନାଗା ଚୈତନ୍ୟ ସୋଶାଲ ମିଡିଆରେ ଘୋଷଣା କରିଛନ୍ତି। ଖୁବଶୀଘ୍ର ଦୁହେଁ ଛାଡପତ୍ର ନେବେ ବୋଲି କହିଛନ୍ତି। କିଛି ଦିନ ପୂର୍ବେ ଉଭୟ ଫ୍ୟାମିଲି କୋର୍ଟ ଯାଇଥିବା ବେଳେ, ଓକିଲଙ୍କୁ ସାକ୍ଷାତ କରିଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି ।
ସାମନ୍ଥା ସୋଶାଲ ମିଡିଆରେ ଏକ ପୋଷ୍ଟ ସେୟାର କରିଛନ୍ତି । ଯେଉଁଥିରେ ସେ ଲେଖିଛନ୍ତି, ‘ ଆମେ ସ୍ୱାମୀ-ସ୍ତ୍ରୀ ରୂପେ ନିଜ ସମ୍ପର୍କକୁ ବେଶ୍ ଭାବି ଚିନ୍ତି ବେଚ୍ଛଦ କରିବାକୁ ନିଷ୍ପତ୍ତି ନେଇଛୁ। ଆମେ ବେଶ୍ ଭାଗ୍ୟଶାଳୀ ଯେ, ଦଶ ବର୍ଷରୁ ଅଧିକ ଦିନ ଧରି ଆମ ଭିତରେ ବନ୍ଧୁତ୍ୱ ଥିଲା। ଆମେ ପରସ୍ପର ଅଲଗା ହେବା ପରେ ମଧ୍ୟ ଭଲ ବନ୍ଧୁ ହୋଇ ସବୁବେଳେ ରହିବୁ।’
ଏପରି ସମୟରେ ଆମର ସମର୍ଥନ କରିବା ପାଇଁ ଏବଂ ଆମକୁ ଆଗକୁ ବଢ଼ିବାକୁ ପ୍ରାଇଭେସି ଦେବା ପାଇଁ ଆମେ ଆମ ପ୍ରଶଂସକ, ମିଡିଆ ଓ ଶୁଭଚିନ୍ତକଙ୍କୁ ଅନୁରୋଧ କରୁଛୁ। ଆପଣଙ୍କ ସମର୍ଥନ ପାଇଁ ଧନ୍ୟବାନ ବୋଲି ସେ ପୋଷ୍ଟରେ ଲେଖିଛନ୍ତି।
ସାଉଥ ସୁପରଷ୍ଟାର ନାଗାର୍ଜୁନଙ୍କ ପୁଅ ନାଗା ଚୈତନ୍ୟ ଓ ତାଙ୍କ ପତ୍ନୀ ସାମନ୍ଥା ରୁଥ ପ୍ରଭୁ ୨୦୧୦ ମସିହାରୁ ପରସ୍ପରକୁ ଡେଟ୍ କରୁଥିଲେ। ପ୍ରାୟ ୭ ବର୍ଷ ଧରି ଉଭୟଙ୍କ ମଧ୍ୟରେ ଭଲ ପାଇବା ପରେ , ୨୦୧୭ ମସିହା ଅକ୍ଟୋବର ୯ରେ ବେଶ୍ ରାଜକୀୟ ଠାଣିରେ ଗୋଆରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ।


